ନୟାଗଡ଼ ମୁଖ୍ୟ ଚିକିତ୍ସାଳୟରେ ୬ ଶଯ୍ୟା ବିଶିଷ୍ଟ ଆଇ.ସି.ୟୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

0

ନୟାଗଡ଼: ନୟାଗଡ଼ ଜିଲ୍ଲା ପାଇଁ ଏକ ଖୁସି ଖବର । ଜନ ସାଧାରଣଙ୍କ ସେବା ନିମନ୍ତେ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ୬ ଶଯ୍ୟା ବିଶିଷ୍ଟ ଆଇ.ସି.ୟୁ ବ୍ୟବସ୍ଥାର ଶୁଭ ଉଦଘାଟନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦ୍ୱାରା କରା ଯାଇଛି । ଏଥିସହିତ ଚାନ୍ଦପୁର ବସନ୍ତ ମଞ୍ଜରୀ ଡାକ୍ତରଖାନାରେ ଚାପ ଅବଶୋଷଣ ପ୍ରଣାଳୀରେ ମେଡିକାଲ ଅକ୍ସିଜେନ ଉତ୍ପାଦନ ଏବଂ ବଣ୍ଟନ ବ୍ୟବସ୍ଥାର ଭିତ୍ତି ରଖାଯାଇଛି । ଆଜି ଭର୍ଚୁଆଲ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିବା ସହ ଶିଳାନ୍ୟାସ କରିଥିଲେ । ନୟାଗଡ଼ ବିଧାୟକ ତଥା ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତି କରଣ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଡ.ଅରୁଣ କୁମାର ସାହୁ ଉପସ୍ଥିତ ରହିଥିଲେ । ଏଥି ସହିତ ରଣପୁର ବିଧାୟକ ସତ୍ୟନାରାୟଣ ପ୍ରଧାନ ମଧ୍ୟ ଯୋଗଦେଇଥିଲେ । ଏହି ଅବସରରେ ଜିଲ୍ଲାପାଳ ଡ.ପୋମା ଟୁଡୁ ଉପସ୍ଥିତ ଥିଲେ।

Leave A Reply

Your email address will not be published.