ଅନୁସୟା ମାଝୀରକ୍ତ ଦାନ ଶିବିରରେ ୬୦ ୟୁନିଟ ରକ୍ତ ସଂଗ୍ରହ :
କରୋନା ମହାମାରୀ ସମୟରେ ରକ୍ତ ସଙ୍କଟକୁ ଦୂର କରିବା ନିମନ୍ତେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ କ୍ରମେ ଓଡ଼ିଶା ମୋ ପରିବାର ଜୀବନ ବିନ୍ଦୁ ଆନୁକୁଲ୍ୟରେ ରାୟଗଡା ବିଜୁ ଜନତା ଦଳ ଓ ବିଜୁ ମହିଳା ଜନତା ଦଳ ସଭାନେତ୍ରୀ ଅନୁସୟା ମାଝୀ ଙ୍କ ନେତୃତ୍ୱରେ ଆଜି ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି।
ଉକ୍ତ କାର୍ଯ୍ୟକ୍ରମରେ ମାନ୍ୟବର ରାଜ୍ୟସଭା ସାଂସଦ ଶ୍ରୀ ଏନ୍ ଭାସ୍କର ରାଓ ମହୋଦୟ ମୁଖ୍ୟଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରିଛନ୍ତି।
ଏହି ଶିବିରରେ ୬୦ ୟୁନିଟ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ରକ୍ତ ଦାନ କରିଥିବା ସମସ୍ତ ବନ୍ଧୁ ମାନଙ୍କୁ ଧନ୍ୟବାଦ୍ ଜ୍ଞାପନ କରିଛନ୍ତି ସଭାନେତ୍ରୀ ଅନୁସୟା ମାଝୀ ।
