ମହିମା ମିଶ୍ରଙ୍କ ଘରେ ପଶିଲା ସିବିଆଇ, କଟକ, ପାରାଦୀପରେ ଚାଲିଛି ରେଡ
କଟକ : ବିଶିଷ୍ଟ ଶିଳ୍ପପତି ମହିମା ମିଶ୍ରଙ୍କ ଘର ଓ ଅଫିସ୍ରେ ଆଜି ସକାଳୁ ପଶିଛି ସିବିଆଇ ଟିମ୍ । କଟକ ଓ ପାରାଦୀପର ବିଭିନ୍ନ ସ୍ଥାନରେ ସିବିଆଇ ଟିମ୍ ଚଢ଼ାଉ କରିଥିବା ବେଳେ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରିଛି। ଏନେଇ ସିବିଆଇ ତରଫରୁ ଅଫିସିଆଲି କିଛି ଘୋଷଣା ହୋଇ ନ ଥିବା ବେଳେ ୨୫ ଲକ୍ଷର ଏକ ଲାଞ୍ଚ କାରବାର ଅଭିଯୋଗରେ ଏହି ଚଢାଉ ଚାଲିଥିବା ଜଣାଯାଇଛି।